ଭିଜିଲାନ୍ସ ଜାଲରେ ପୁଲିସ୍ ଅଧିକାରୀ

ବାଲେଶ୍ୱର: ପୁଣି ଭିଜିଲାନ୍ସ ଜାଲରେ ଜଣେ ସରକାରୀ ଅଧିକାରୀ । ବାଲେଶ୍ବର ଜିଲ୍ଲା ସୋର ଥାନା ଅଧୀନ ଅନନ୍ତପୁର ଫାଣ୍ଡି ଅଧିକାରୀ ହୃଷିକେଶ ବିଶ୍ୱାଳଙ୍କୁ ଲାଞ୍ଚ ନେବା ବେଳେ ଗିରଫ କରିଛନ୍ତି ଭିଜିଲାନ୍ସ ଅଧିକାରୀ। ୧୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ପୁଲିସ୍ ବାବୁଙ୍କୁ ବାନ୍ଧିଲା ଭିଜିଲାନ୍ସ। ସୂଚନା ଅନୁସାରେ ଗତ ୧୫ ଦିନ ତଳେ ଜଣେ ଯୁବକ ବାଇକରେ ଅନନ୍ତପୁର ଅଭିମୁଖେ ଆସୁଥିବା ବେଳେ ରାସ୍ତାରେ ଶୋଇଥିବା ଏକ ଷଣ୍ଢକୁ ଧକ୍କା ଦେଇଥିଲେ। ସ୍ଥାନୀୟ ଲୋକେ ଯୁବକଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିବା ବେଳେ ଅନନ୍ତପୁର ଫାଣ୍ଡି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ବାଇକଟିକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲେ।
ପରେ ଗାଡ଼ିକୁ ରିଲିଜ କରିବା ପାଇଁ ଫାଣ୍ଡି ଅଧିକାରୀ ହୃଷିକେଶ ବିଶ୍ୱାଳ ଉକ୍ତ ଯୁବକଙ୍କ ଠାରୁ ୧୫ ହଜାର ଟଙ୍କା ଦାବି କରିଥିଲେ। ଆଜି ଟଙ୍କା ନେବା ସମୟରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ଏହି ଚଢ଼ାଉ ପରେ ସୋର ଥାନାରେ ଥିବା କିଛି ପୁଲିସ୍ ଅସାଧୁ ଅଧିକାରୀଙ୍କ ମନରେ ଛନକା ପଶିଛି। ସେମାନଙ୍କ ଉପରେ ଏହି ପରି କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହେଉଛି।

Leave a Reply

Your email address will not be published. Required fields are marked *