ପରପାରିରେ ବୀରମିତ୍ରପୁରର ପୂର୍ବତନ ବିଧାୟକ ଜର୍ଜ ତିର୍କି

ଭୁବନେଶ୍ୱର : ପରପାରିରେ ବୀରମିତ୍ରପୁରର ପୂର୍ବତନ ବିଧାୟକ ଜର୍ଜ ତିର୍କି । ଗତ କିଛି ମାସ ଧରି ଅସୁସ୍ଥତା ପାଇଁ ଗତ କିଛି ମାସ ଧରି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସ୍ବର୍ଗତଃ ତିର୍କି ପ୍ରାୟ ୩ ମାସ ହେବ ଅସୁସ୍ଥ ଥିଲେ । ଗୁରୁବାର ଅପରାହ୍ନରେ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ସ୍ୱାସ୍ଥ୍ୟବସ୍ଥା ଅଧିକ ବିଗିଡିବାରୁ ତାଙ୍କୁ ଭୁବନେଶ୍ୱର ଅଣାଯାଇଥିଲା । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

ବିଶିଷ୍ଟ ଶ୍ରମିକ ଓ ଆଦିବାସୀ ନେତା ଭାବେ ପରିଚିତ ଜର୍ଜ ତିର୍କି । ୧୯୯୫, ୨୦୦୦, ୨୦୦୯ ଓ ୨୦୧୪ରେ ବିଧାୟକ ନିର୍ବାଚିତ ହୋଇଥିଲେ । ଜେଏମଏମ ରୁ ୨ ଥର, ଥରେ ସ୍ବାଧୀନ ଓ ଥରେ ସମତା କ୍ରାନ୍ତି ଦଳରୁ ନିର୍ବାଚିତ ହୋଇଥିଲେ । ଜର୍ଜ ତୀର୍କି ରାଜ୍ୟ ରାଜନୀତିରେ ସମତା କ୍ରାନ୍ତି ଦଳର କାର୍ଯ୍ୟକର୍ତ୍ତା ଭାବେ କାର୍ଯ୍ୟ କରୁଥିଲେ । ପୂର୍ବରୁ ସେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରେ ସକ୍ରିୟ ଥିଲେ ।

ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳି ଯାଇଛି । ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିଛନ୍ତି । ସୁନ୍ଦରଗଡ ଜିଲ୍ଲା ବୀରମିତ୍ରପୁର ଥାନା ପୈତୃକ ଗାଁ ଝୁନମୁରରେ ଆଜି ତାଙ୍କର ଶେଷକୃତ୍ୟ ସମ୍ପର୍ଣ୍ଣ ହେବା ନେଇ ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *