ସେବା ବିଜୁ ଜନତା ଦଳର ମୂଳ ମନ୍ତ୍ର : ନବୀନ ପଟ୍ଟନାୟକ

ଭୁବନେଶ୍ୱର: ବିଜୁ ଜନତା ଦଳ ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀର ଗଙ୍ଗନଗର ବିଜୁ ଆଦର୍ଶ କଲୋନୀରେ ଜନସମ୍ପର୍କ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏଥିରେ ନବୀନ ପଟ୍ଟନାୟକ ଯୋଗଦେଇଥିଲେ । ବିଜେଡିର ନେତା ଓ କର୍ମୀ ମାନଙ୍କ ଗହଣରେ ଶ୍ରୀ ପଟ୍ଟନାୟକ କିଛି ବାଟ ଚାଲିବା ସହିତ ଆୟୋଜିତ ସଭାରେ ଉପସ୍ଥିତ ଜନତା ଓ କର୍ମୀଙ୍କୁ ଜନ୍ମ ଦିନର ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଥିଲେ ।ଏହି ଅବସରରେ ଶ୍ରୀ ପଟ୍ଟନାୟକ କହିଥିଲେ ଯେ, ବିଜୁ ଜନତା ଦଳ ଓଡ଼ିଶାବାସୀଙ୍କ ସହିତ ସବୁବେଳେ ରହିଛି ଓ ରହିଥିବ । ସେବା ବିଜୁ ଜନତା ଦଳର ମନ୍ତ୍ର । ତେଣୁ ଲୋକଙ୍କ ସେବା ଜାରି ରଖିବା ପାଇଁ କର୍ମୀ ମାନଙ୍କୁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେବା ସହିତ, ଶେଷ ପର୍ଯ୍ୟନ୍ତ ସେ ଓଡ଼ିଶା ମାଆର ସେବା କରିଚାଲିବେ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ । ଏହି ଅବସରରେ ଶ୍ରୀ ପଟ୍ଟନାୟକ ପିଲାମାନଙ୍କୁ ଚକୋଲେଟ ବାଣ୍ଟି ଥିଲେ ।ଭୁବନେଶ୍ୱର ବିଜୁ ଜନତା ଦଳର ସଭାପତି ଅଶୋକ ଚନ୍ଦ୍ର ପଣ୍ଡାଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଜେଡିର ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର, ସାଂସଦ ଦେବାଶିଷ ସାମନ୍ତରାୟ, ସାଂସଦ ସୁଲତା ଦେଓ, ବିଧାୟକ ପ୍ରମିଳା ମଲ୍ଲିକ, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ, ବିଧାୟକ ବିଭୁତି ବଳବନ୍ତରାୟ, ଭୁବନେଶ୍ୱରର ମେୟର ସୁଲୋଚନା ଦାସ, ଡେପୁଟି ମେୟର ମଞ୍ଜୁଲତା କଅଁର, ବିଜେଡିର ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ବିଜେଡିର କର୍ପୋରେଟର ମାନେ ଯୋଗ ଦେଇଥିଲେ ।ସୂଚନାଯୋଗ୍ୟ ଯେ, ଚଳିତ ବର୍ଷ ବିଜେଡିର ଜନ ସମ୍ପର୍କ ପଦଯାତ୍ରା ଅକଟୋବର ୯ରୁ ଆରମ୍ଭ ହୋଇଛି । ଏହା ନଭେମ୍ବର ୯ ପର୍ଯ୍ୟନ୍ତ ଚାଲିବ ।

Leave a Reply

Your email address will not be published. Required fields are marked *