ସୃଷ୍ଟି ହେଲା ଆଉ ଏକ ଲଘୁଚାପ: ୪ ଦିନ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଶୁକ୍ରବାର ଦକ୍ଷିଣ ପୂର୍ବ ତଥା ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଏହି ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ଏବଂ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏହି ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୪ ଦିନ ଧରି ବର୍ଷା ହେବାର ଆକଳନ କରାଯାଇଛି।
ଶୁକ୍ରବାର ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ନୟାଗଡ଼ ସମେତ ୧୨ଟି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ, ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ହାଲୁକା କୁହୁଡ଼ି ଦେଖାଯାଇଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ତାପମାତ୍ରାରେ ମଧ୍ୟ ଉଲ୍ଲେଖନୀୟ ବୃଦ୍ଧି ପରିଲକ୍ଷିତ ହୋଇଛି।

Leave a Reply

Your email address will not be published. Required fields are marked *