ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କ ଅସ୍ତ୍ରୋପଚାର ହୋଇଛି । ପୀଡ଼ିତାଙ୍କ ଗଭୀର ଭାବେ ପୋଡ଼ିଥିବା ଅଂଶରେ ଅସ୍ତ୍ରୋପଚାର କରାଯାଇଥିବା ନେଇ ଏମ୍ସ ଦିଲ୍ଲୀ ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ଏକ ସ୍ଵତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାର ଅନୁଧ୍ୟାନ କରୁଛନ୍ତି ।ଏବେ ବି ଅକ୍ସିଜେନ୍ ସପୋର୍ଟରେ ଅଛନ୍ତି ପୀଡ଼ିତା ଓ ଅବସ୍ଥା ଗୁରୁତର ଥିବା ନେଇ ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି ।
ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏମ୍ସ ଡାକ୍ତରୀ ଟିମ୍ ଓ ପରିବାର ଲୋକଙ୍କ ସହିତ କଥାବାର୍ତ୍ତା ହୋଇଥିଲେ। ଅନ୍ୟପଟେ ଘଟଣାରେ ଗତ ୫ ଦିନ ଧରି ବଳଙ୍ଗାରେ ତଦନ୍ତ ଚଳାଇଛନ୍ତି କ୍ରାଇମବ୍ରାଞ୍ଚ ଟିମ୍ । ଆଜି ୩ ଜଣଙ୍କୁ ଉଠାଇ ନେଇଛି ପୋଲିସ । ଗତକାଲି ବିଳମ୍ବିତ ରାତିରେ ନୟାହାଟ ସ୍ଥିତ ପୀଡ଼ିତାଙ୍କ ମାମୁଁ ଘରେ ପହଞ୍ଚି ପଚରାଉଚରା କରୁଛି । ଏହା ସହିତ ଏହି ଘଟଣାରେ ୨୦ରୁ ଅଧିକ ଲୋକଙ୍କୁ ପଚରାଉଚରା କରି ସାରିଥିବା ସୂଚନା ମିଳିଛି ।