ଭୁବନେଶ୍ୱର : ଗତ ୧୬ ତାରିଖରେ ମେଟ୍ରୋ ପ୍ରକଳ୍ପ ନେଇ ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂ ଦେଓଙ୍କ ଅଧ୍ୟକ୍ଷତାରେ ବସିଥିଲା ମନ୍ତ୍ରୀସ୍ତରୀୟ ବୈଠକ। ତେବେ ଓଡିଶାରେ ମେଟ୍ରୋ ଚଳାଚଳକୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସିଛି। ସଂସଦରେ ଆଜି ମନ୍ତ୍ରୀ ଉତ୍ତର ରଖି ଭିନ୍ନ ରାଜ୍ୟରୁ କହିଛନ୍ତି ଯେ, ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କେନ୍ଦ୍ରକୁ କୌଣସି ପ୍ରସ୍ତାବ ଯାଇନାହିଁ। କେନ୍ଦ୍ର ସରକାରଙ୍କ ପାଖକୁ ଭିନ୍ନ ରାଜ୍ୟରୁ ୧୭ଟି ପ୍ରସ୍ତାବ ବିଭିନ୍ନ ରାଜ୍ୟରୁ ଆସିଥିବା ବେଳେ ଏହି ପ୍ରସ୍ତାବଗୁଡିକ ମଧ୍ୟରେ ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କୌଣସି ପ୍ରସ୍ତାବ ନାହିଁ ।
ଗତ ୧୬ ତାରିଖରେ ମେଟ୍ରୋ ପ୍ରକଳ୍ପ ଉପରେ ବୈଠକରେ ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ସ୍ବାଇଁ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ବତ ମିଶ୍ର, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଗଣ ଉପସ୍ଥିତ ଥିଲେ ।