ପରଲୋକରେ ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ

ଭୁବନେଶ୍ବର: ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ମର୍ଦ୍ଦରାଜଙ୍କ ପରଲୋକ । ସେ ହୃଦୟ ଜିନିତ ରୋଗରେ ପୀଡ଼ିତ ହୋଇ କିଛିଦିନ ହେବ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ବେଳେକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା ।

ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ ଖଣ୍ଡପଡ଼ା ଗଡ଼ର ରାଜା ଥିଲେ । ବିଭୂତି ଭୂଷଣ ଖଣ୍ଡପଡ଼ା ଆସନରୁ ତିନି ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ଏବଂ ବିଧାନସଭାରେ ଉପବାଚସ୍ପତି ଭାବେ ମଧ୍ୟ ଦାୟିତ୍ବ ତୁଲାଇଥିଲେ। ସେ ପୂର୍ବତନ ମନ୍ତ୍ରୀ ଭାବେ ରାଜ୍ୟ ରାଜନୀତିରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ।

Leave a Reply

Your email address will not be published. Required fields are marked *