ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା। ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ୧୮ ଓ ୧୯ ତାରିଖ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୧୮ରେ ମାଲକାନଗିରି, କୋରାପୁଟ ଏବଂ ୧୯ ତାରିଖରେ କୋରାପୁଟ ଓ କଳାହାଣ୍ଡି ଜିଲ୍ଲାକୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ୧୮ରୁ ୨୦ ତାରିଖ ଯାଏଁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଯାହା ପ୍ରଭାବରେ ୨୦ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ। ଦକ୍ଷିଣ-ପଶ୍ଚିମ ଓ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ଥିବାରୁ ଆଗାମୀ ୨୪ ଘଣ୍ଟାରେ ସାରା ରାଜ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି।
୨୦ ଯାଏଁ ଅତିପ୍ରବଳ ବର୍ଷା ସମ୍ଭାବନା! ସମୁଦ୍ର ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ
