ବାଲେଶ୍ୱର : ବାଲେଶ୍ୱର ଫକୀର ମୋହନ ଜଲେଜ ଛାତ୍ରୀ ଆତ୍ମାହୁତି ମାମଲାରେ ମୁଖ୍ୟ ଅଭିଯୁକ୍ତ ସମୀର ସାହୁକୁ ୩ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ଏଥିପାଇଁ ଜିଲ୍ଲା ଦୌରାଜଜ୍ ଆବେଦନ ମଞ୍ଜୁର କରିଛନ୍ତି ।
ଏହି ଘଟଣାକୁ ନେଇ ସରକାରଙ୍କୁ କାଠଗଡାକୁ ଟାଣିଥିଲେ ବିରୋଧୀ । ଦେଶବ୍ୟାପି ଏହି ଘଟଣାକୁ ନେଇ ପ୍ରତିକ୍ରିୟା ପ୍ରକାଶ ପାଇଥିଲା । ଏହି ଘଟଣାରେ ପୂର୍ବରୁ ଅଭିଯୁକ୍ତ ଆସିଷ୍ଟାଣ୍ଟ ପ୍ରଫେସର ସମୀର କୁମାର ସାହୁ ଓ ବାଲେଶ୍ବର ଫକୀର ମୋହନ କଲେଜର ପୂର୍ବତନ ଅଧ୍ୟକ୍ଷ ଦିଲ୍ଲୀପ ଘୋଷଙ୍କୁ ଗିରଫ କରିଥିଲା ପୋଲିସ । ଏହା ସହ ଛାତ୍ରୀଙ୍କୁ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ଅଭିଯୋଗରେ ଅଗଷ୍ଟ ୩ ତାରିଖରେ ଦୁଇ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ସେମାନେ ହେଲେ ଶୁଭ୍ରସମ୍ବିତ ନାୟକ ଓ ଜ୍ୟୋତିପ୍ରକାଶ ବିଶ୍ୱାଳ । ଉଭୟଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଲେ କୋର୍ଟ । ଘଟଣା ଦିନ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ସେଦିନ ମୋବାଇଲ ଧରି ଭିଡିଓ ସୁଟିଂ କରୁଥିଲେ ଏବଂ ଛାତ୍ରୀଙ୍କୁ ବଞ୍ଚାଇବାକୁ ଉଦ୍ୟମ କରିଥିଲେ ଜ୍ୟୋତିପ୍ରକାଶ ।
ସୂଚନାଯୋଗ୍ୟ, ଗତ ଜୁଲାଇ ୧୨ ତାରିଖରେ ନ୍ୟାୟ ନପାଇ ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ନିଜ ଦେହରେ ପେଟ୍ରେଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ । ଫଳରେ ସେ ଗୁରୁତର ହୋଇପଡିଥିଲେ । ଏହାପରେ ତାଙ୍କୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଥିଲା । ହେଲେ ଜୁଲାଇ ୧୪ ତାରିଖରେ ଚିକିତ୍ସାଧୀନ ଅବସ୍ଥାରେ ପୀଡିତା ଆଖି ବୁଜିଥିଲେ ।
