ଆସନ୍ତା ୨୫ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ୨୪ ତାରିଖ ଯାଏଁ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ମନା କରାଯାଇଛି । ଏହି ବର୍ଷା ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଜାରି ରହିବ।

Leave a Reply

Your email address will not be published. Required fields are marked *