ପୁରୀ: ୧୦ ସଦସ୍ୟଙ୍କୁ ନେଇ ଶ୍ରୀମନ୍ଦିର ପରିଚାଳନା କମିଟି ଗଠିତ ହୋଇଛି । ଏନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ସିଦ୍ଧେଶ୍ୱର ମହାପାତ୍ର, କୃଷ୍ଣଚନ୍ଦ୍ର ସାମନ୍ତରାୟ, ମଧୁସୂଦନ ସିଂଘାରୀ, ଜଗନ୍ନାଥ ପୂଜାପଣ୍ଡା, ଗଣେଶ ଦାସ ମହାପାତ୍ର, ରାମନାରାୟଣ ଗୋଚ୍ଛାୟତ, ରଘୁବୀର ଦାସ ମହାରାଜ, ପୂର୍ବତନ ସିଏଜି ଗିରିଶ ଚନ୍ଦ୍ର ମୁର୍ମୁ, ଚାଟାର୍ଡ ଆକାଉଣ୍ଟାଣ୍ଟ ଏ.କେ. ସାବତ ଏବଂ ମହେଶ କୁମାର ସାହୁ ଏହି କମିଟିରେ ସ୍ଥାନ ପାଇଛନ୍ତି ।
ଏହି କମିଟି ଶ୍ରୀଜୀଉଙ୍କ ନୀତିକାନ୍ତିରେ ଶୃଙ୍ଖଳା ଆଣିବା, ଭକ୍ତଙ୍କ ସୁରକ୍ଷା, ଶ୍ରୀମନ୍ଦିର ସୁରକ୍ଷା ସହ ଶ୍ରୀମନ୍ଦିର ଆଇନରେ ସଂଶୋଧନ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ତ୍ବରାନ୍ବିତ କରିବେ ।
