ବଙ୍ଗୋପସାଗରରେ ଲଘୁଚାପ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ ସ୍ପଷ୍ଟ ଚିହ୍ନିତ। ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିବ। ଆଗାମୀ ୨୪ ଘଣ୍ଟାରେ କୋରାପୁଟ, ନବରଙ୍ଗପୁର, ମାଲକାନଗିରିରେ ସର୍ବାଧିକ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ସେଥିପାଇଁ ୨୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା କରାଯାଇଛି। ସମୁଦ୍ର ଅଶାନ୍ତ ଥିବାରୁ ଆଗାମୀ ୫ଦିନ ଯାଏ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ୩୧ ତାରିଖ ପରେ ପାଗରେ ପରିବର୍ତ୍ତନ ଆସିବ।

ଏହି ଲଘୁଚାପ ଧୀରେ ଧୀରେ ଶକ୍ତିଶାଳୀ ହେଉଥିବାରୁ ପ୍ରାୟ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରିକୁ ଅରେଞ୍ଜ ୱାର୍ଣ୍ଣିଂ ସହ ପ୍ରବଳ ବର୍ଷା ସମ୍ଭାବନା ଥିବା ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଇଛି।

Leave a Reply

Your email address will not be published. Required fields are marked *