କଟକ: ଆସନ୍ତା ନଭେମ୍ୱର ୫ରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା। ନଭେମ୍ୱର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ ବାଲିଯାତ୍ରା। ଶୁକ୍ରବାର ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି। ଏଥର ଉପର ନୁହେଁ, କେବଳ ତଳ ପଡ଼ିଆରେ ଷ୍ଟଲ୍ ପଡିବ। ଅନ୍ୟପଟେ ଚଳିତଥର ବାଲିଯାତ୍ରାର ନାଁ ହେବ ଐତିହାସିକ ବାଲିଯାତ୍ରା କଟକ ୨୦୨୫ । ଆଗରୁ କେବଳ ଐତିହାସିକ ବାଲିଯାତ୍ରା ଲେଖାଯାଉଥିଲା। ଟ୍ରାଫିକ ସମସ୍ୟା ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ହେବନି। ୩୪ ଏକର ପରିବର୍ତ୍ତେ ୬୦ ଏକର ଜାଗାରେ ହେବ ବାଲିଯାତ୍ରା । ବାଲିଯାତ୍ରା ପୋର୍ଟାଲରେ ରହିବ ସବୁ ତଥ୍ୟ । ଟ୍ରାଫିକ, ପାର୍କିଂ ସମ୍ୱନ୍ଧୀୟ ସମସ୍ତ ତଥ୍ୟ ରହିବ ଏଥିରେ । ଜିଲ୍ଲା ସାସ୍କୃତିକ ପରିଷଦ ପକ୍ଷରୁ ସାଂସ୍କୃତିକ ଦଳ ଚୟନ କରାଯିବ ।
ନଭେମ୍ବର ୫ରୁ ଆରମ୍ଭ ହେବ ଐତିହାସିକ ବାଲିଯାତ୍ରା
