ଭୁବନେଶ୍ୱର: ‘ଆମ ବସ୍’ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ। ରାଜଧାନୀରେ ଗଡୁନି ଆମ ବସ୍। ୪୨ ଦିନ ହେବ ଦରମା ମିଳି ନ ଥିବାରୁ ଡ୍ରାଇଭରଙ୍କ ଆନ୍ଦୋଳନ । ପୋଖରୀପୁଟ ଡିପୋରେ ଆନ୍ଦୋଳନ କାରଣରୁ ଅଟକିଛି ୪୩ଟି ବସ୍। ଓଭର ଡ୍ୟୁଟି ଚାପ, ଇଏସ୍ଆଇ ସମସ୍ୟା, ସାପ୍ତାହିକ ଛୁଟି ମିଳୁନଥିବା ଅଭିଯୋଗ ହୋଇଛି । ଠିକ୍ ସମୟରେ ଦରମା ନମିଳିବା ପ୍ରତିବାଦରେ ଏକାଠି ଷ୍ଟିଅରିଂ ଛାଡିଲେ ଆମ ବସ କର୍ମଚାରୀ । କୌଣସି ସାମାଜିକ ସୁରକ୍ଷା ବିନା ଏହି ଆମ ବସ ଚାଳକମାନେ ଗାଡ଼ି ଚଳାଉଛନ୍ତି। ପ୍ରତିମାସ ୧୦ ତାରିଖ ମଧ୍ୟରେ ଦରମା ମିଳିବା କଥା। କିନ୍ତୁ ଗତମାସ ୧୧ ତାରିଖରେ ଦରମା ମିଳିଥିବା ବେଳେ ଏ ମାସରେ ଏପର୍ଯ୍ୟନ୍ତ ଦରମା ମିଳିନାହିଁ। ରେଷ୍ଟ ରୁମ ନାହିଁ, ଓଭର ଡ୍ୟୁଟିର ଚାପ ରହୁଛି, ୪ ଦିନ ସାପ୍ତାହିକ ଛୁଟି ମିଳୁନାହିଁ, ଇଏସଆଇ ମିଳୁନାହିଁ, କ୍ରୁଟ୍ ଦେଉଥିବା ଦରମା ମଧ୍ୟ ପାଉନଥିବା ଅଭିଯୋଗ କରିଛନ୍ତି କର୍ମଚାରୀ । ତେବେ କ୍ରୁଟ୍ ଚକ୍ରା ଇ ଟ୍ରାନ୍ସପୋର୍ଟକୁ ଦାୟିତ୍ୱ ଦେଇ ଥାର୍ଡ ପାର୍ଟି ଅଧୀନରେ ଡ୍ରାଇଭର ନିଯୁକ୍ତି କରିଥିବା ବେଳେ ଡ୍ରାଇଭରଙ୍କ ସାମାଜିକ ସୁରକ୍ଷା ବାବଦରେ ପ୍ରଶ୍ନ କରିଛନ୍ତି।
ଆମ ବସ୍ ଡିପୋ ଡ୍ରାଇଭରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
