ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା

କେନ୍ଦ୍ରାପଡ଼ା : ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତା ଅଗଷ୍ଟ ୧ ତାରିଖରୁ ତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ଖୋଲିବ । ଗତ ୩ ମାସ ଧରି ବନ୍ଦ ରହିବା ପରେ ଏହି ଉଦ୍ୟାନ ଖୋଲୁଥିବାରୁ ପର୍ଯ୍ୟଟକ ବେଶ ଉତ୍ସାହିତ ଅଛନ୍ତି। ପର୍ଯ୍ୟଟକମାନେ ଭିତରକନିକାରେ ଲୁଣା ଜାତୀୟ ଗଛଗୁଡ଼ିକର ଚାରାକୁ ମ୍ୟାନ୍‌ଗ୍ରୁଭ୍‌ ନର୍ସରୀରେ ଦେଖିବାର ସୁଯୋଗ ପାଇବେ।

ଏହା ସହ ବୋଟ୍‌ ଲାଇବ୍ରେରୀରେ ବିଭିନ୍ନ ଜୀବଜନ୍ତୁ, ପରିବେଶ ସହ ଅନ୍ୟ ବହି ପଢ଼ିବାର ସୁଯୋଗ ସହ ମ୍ୟୁଜିୟମ୍‌ର ମଜା ନେବା ସହ ଧଳା କୁମ୍ଭୀର ଗୋରୀ ଓ ମଲ୍ଲୀ, ଶ୍ୱେତାକୁ ଦେଖିପାରିବେ। କୁମ୍ଭୀର ପ୍ରଜନନ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ୩ ମାସ ଧରି ବନ୍ଦ ରହିଛି। ଏହି ସମୟରେ ପ୍ରଜନନ ପାଇଁ ବଉଳା କୁମ୍ଭୀର ହିଂସ୍ର ହେଉଥିବାରୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରିବାର ଆଶଙ୍କା ରହିଥିଲା।

Leave a Reply

Your email address will not be published. Required fields are marked *