ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ: ଅଧିକ ତଦନ୍ତ ଲାଗି ବ୍ରହ୍ମପୁରରେ ପହଞ୍ଚିଲା ସିବିଆଇ ଟିମ୍

ବ୍ରହ୍ମପୁର: ବ୍ରହ୍ମପୁରରେ ପହଞ୍ଚିଲା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଟିମ୍। ଓଡ଼ିଶା ପୁଲିସ୍ ନିଯୁକ୍ତି ବୋର୍ଡ(ଓପିଆର୍‌ବି) ଦ୍ବାରା ପରିଚାଳିତ ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ମାମଲାର ଅଧିକ ତଦନ୍ତ ଲାଗି ବ୍ରହ୍ମପୁରରେ ପହଞ୍ଚିଛି। ଏହି ମାମଲାକୁ ନେଇ ସିବିଆଇ ଘାଣ୍ଟିବ। ଓଡ଼ିଶା ପୁଲିସ୍ ନିଯୁକ୍ତି ବୋର୍ଡ(ଓପିଆର୍‌ବି) ଦ୍ବାରା ପରିଚାଳିତ ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ମାମଲାର ତଦନ୍ତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) କରିବ।ପୂର୍ବରୁ ଏହି ମାମଲାର ତଦନ୍ତ କ୍ରାଇମ୍‌ବ୍ରାଞ୍ଚ କରୁଥିବା ବେଳେ ଆଗକୁ ମାମଲା ସିବିଆଇ ହାତକୁ ଯିବ। ଏନେଇ ଆଜି କେନ୍ଦ୍ର କାର୍ମିକ, ଅଭିଯୋଗ ଓ ପେନ୍‌ସନ୍‌ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏସ୍‌ଆଇ ପରୀକ୍ଷା କେଳେଙ୍କାରୀର ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅକ୍ଟୋବର ୨୨ ତାରିଖରେ ସୁପାରିସ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସୁପାରିସକୁ କେନ୍ଦ୍ର ଅନୁମୋଦନ କରିଛି। ସିବିଆଇ ତଦନ୍ତକୁ କେନ୍ଦ୍ର ସରକାରଙ୍କ ସବୁଜ ସଙ୍କେତ ପରେ ଏବେ ବିଭିନ୍ନ ମହଲରେ ଛନକା ପଶିଛି। ଏହି କେଳେଙ୍କାରୀ ପଛରେ ବହୁ ବଡ଼ବଡ଼ିଆ, ପ୍ରଭାବଶାଳୀ, ବରିଷ୍ଠ ଅଧିକାରୀଙ୍କ ହାତ ରହିଥିବା ସନ୍ଦେହ କରାଯାଉଛି। ଏମିତିକି ପୂର୍ବ ସରକାରଙ୍କ ୧୦୦୦ କୋଟିର ଡିଲ୍‌ କଥା ବି ପଦାକୁ ଆସିଥିଲା। ରୢାକେଟର୍‌ ମାଷ୍ଟରମାଇଣ୍ଡ କୁହାଯାଉଥିବା ଶଙ୍କର ପୃଷ୍ଟିକୁ କ୍ରାଇମ୍‌ବ୍ରାଞ୍ଚ ନେପାଳ ସୀମାରୁ ଗିରଫ ପରେ ସେ ଗଣମାଧ୍ୟମ ଆଗରେ ଏଭଳି ଚାଞ୍ଚଲ୍ୟକର ବୟାନ ଦେଇଥିଲା। ତେବେ ପରବର୍ତ୍ତୀ ସମୟରେ ଶଙ୍କର ୟୁଟର୍ଣ୍ଣ ନେଇଥିଲା। କ୍ରାଇମ୍‌ବ୍ରାଞ୍ଚକୁ ତଦନ୍ତରେ ସହଯୋଗ କରି ନଥିଲା। ଅନ୍ୟତମ ମାଷ୍ଟରମାଇଣ୍ଡ ସିଲିକନ୍ ଟେକ୍ ପ୍ରାଇଭେଟ୍ ଲିମିଟେଡ୍‌ର ମାଲିକ ସୁରେଶ ନାୟକକୁ ଗିରଫ ପରେ ଲାଗୁଥିଲା ଶଙ୍କର ଓ ସୁରେଶଙ୍କୁ ମୁହାଁମୁହିଁ ଜେରା ପରେ ଏହି ରୢାକେଟ୍‌ର ଗୁମର ଖୋଲିବ। ତାହା ବି ହେଲା ନାହିଁ। ଗତ ୮ ମାସ ମଧ୍ୟରେ ପୋଲିସ ଏସ୍‌ଆଇ ନିଯୁକ୍ତି ପରୀକ୍ଷା ଦୁଇ ଥର ବାତିଲ ହୋଇଥିଲା। ସେହିପରି ପ୍ରଥମେ ୧୧୪ ଜଣ ଆଶାୟୀ ଅନ୍ୟ ୩ଜଣ ଦଲାଲଙ୍କୁ ମିଶାଇ ମୋଟ ୧୧୭ଜଣଙ୍କୁ ଗିରଫ କରାଯାଇଥିଲା। ପରବର୍ତ୍ତୀ ସମୟରେ ମାମଲା କ୍ରାଇମ୍‌ବ୍ରାଞ୍ଚ ହାତକୁ ଯିବା ପରେ ପ୍ରଥମେ ରୢାକେଟ୍‌ର ୬ ଦଲାଲ ଓ ୨ ମାଷ୍ଟରମାଇଣ୍ଡକୁ କ୍ରାଇମ୍‌ବ୍ରାଞ୍ଚ ଗିରଫ କରିଥିଲା।

Leave a Reply

Your email address will not be published. Required fields are marked *