ଡିସେମ୍ବର ୩୧ ରେ ୧୧ଟାରେ ରାତ୍ର ପହୁଡ଼; ବାହାର କାଠରୁ ଦର୍ଶନ

ପୁରୀ:ଡିସେମ୍ବର ୩୧ ତାରିଖରେ ରାତି ୧୧ ଟାରେ ପହୁଡ ହୋଇ ରାତ୍ର ୨ ଟାରେ ଦ୍ୱାର ଫିଟିବ । ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଏହି ନିଷ୍ପତି ନେଇଛି। ନବବର୍ଷର ପ୍ରଥମ ଦିନ ଅର୍ଥାତ୍ ଜାନୁଆରୀ ୧ ତାରିଖ ପାଇଁ ରାତି ୨ଟାରୁ ଶ୍ରୀମନ୍ଦିର ଦ୍ୱାର ଫିଟାଯିବ। ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ଡିସେମ୍ବର ୩୧ ଓ ଜାନୁଆରୀ ୧ ତାରିଖ ଦୁଇ ଦିନ ଧରି ଭକ୍ତମାନେ କେବଳ ବାହାର କାଠରୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଶ୍ରଦ୍ଧାଳୁମାନେ ସିଂହଦ୍ୱାର ଦେଇ ମନ୍ଦିର ଭିତରକୁ ପ୍ରବେଶ କରିବେ ଏବଂ ଅନ୍ୟ ୩ଟି ଦ୍ୱାର ଦେଇ ବାହାରକୁ ପ୍ରସ୍ଥାନ କରିବେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା ଅନୁଯାୟୀ, ନବବର୍ଷ ଅବସରରେ ପୁରୀରେ ଶ୍ରଦ୍ଧାଳୁଙ୍କ ସଂଖ୍ୟା ୨ ଲକ୍ଷ ଟପିଯାଇପାରେ। ଡିସେମ୍ବର ୩୧ ରୁ ଜାନୁୟାରୀ ୪ ତାରିଖ ପର୍ଯ୍ୟନ୍ତ ଭିଡ ରହିବା ସମ୍ଭାବନା ରହିଛି । ତେଣୁ ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *