ଯାଜପୁର: ପୁଣି ଡାଇରିଆ ଆତଙ୍କରେ ଯାଜପୁର। ସୂଚନା ଅନୁସାରେ ବଡଚଣା ବ୍ଲକ ସାଉଡିଆ ପଞ୍ଚାୟତ ତାଳୁଆ ଦଳିତ ସାହି ଗାଁରେ ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥା ଓ ଭୂତଳ ଜଳ ପ୍ରଦୂଷଣ ଯୋଗୁଁ ଗାଁକୁ ଝାଡାବାନ୍ତି ବ୍ୟାପିଥିବା ଅନୁମାନ କରାଯାଉଛି। ଗାଁରେ ଶୌଚ ହେବାକୁ ଯଥେଷ୍ଟ ସ୍ଥାନ ନଥିବାରୁ ସମସ୍ତେ ଗୋଟିଏ ସ୍ଥାନକୁ ବ୍ୟବହାର କରୁଥିବାରୁ ଝାଡାବାନ୍ତି ବ୍ୟାପୁଥିବା ଅଭିଯୋଗ ଆସିଛି।
ବଢୁଥିବା ଝାଡାବାନ୍ତିରେ ଜଣେ ମହିଳାଙ୍କର କଟକ ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ସେହିପରି ୬ ରୁ ୭ଜଣ ଆକ୍ରାନ୍ତ ହୋଇଥିବା ଜଣାପଡିଛି ।
