ବସ୍‌କୁ ଧକ୍କା ଦେଲା ଟ୍ରକ୍‌; ୫ ମୃତ,୨୦ରୁ ଉର୍ଦ୍ଧ୍ବ ଯାତ୍ରୀ ଗୁରୁତର

ସୁନ୍ଦରଗଡ: କେ.ବଲାଙ୍ଗ ଏନ୍ଏଚ୍‌ ୫୨୦ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍ କୁ ଧକ୍କା ଦେଇଛି ଟ୍ରକ୍ ।ରାଉରକେଲାରୁ ଆସୁଥିବା ବେଳେ ଟ୍ରକ୍‌ ସହ ଧକ୍କା ହୋଇଛି । ଫଳରେ ଘଟଣା ସ୍ଥଳରେ ୫ରୁ ଉର୍ଦ୍ଧ୍ଵଙ୍କର ମୃତ୍ୟୁ ହୋଇଥିବାବେଳେ ୨୦ରୁ ଉର୍ଦ୍ଧ୍ବ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି।ସୂଚନାଥାଉକି, ସୁନ୍ଦରଗଡ଼ ଜିଲ୍ଲା କୋଇଡା ବ୍ଲକ୍ କେ.ବଲାଙ୍ଗ ଥାନା ନିକଟ ଜାତୀୟ ରାଜପଥ ୫୨୦ ଠାରେ ରାଉରକେଲାରୁ କୋଇଡାକୁ ଆସୁଥିବା ଏକ ଘରୋଇ ବସ୍ ‘ଲିଙ୍ଗରାଜ’ ଅପରପାର୍ଶ୍ବରୁ ଆସୁଥିବା ଏକ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଛି । ଘଟଣା ସ୍ଥଳରେ ପୁଲିସ୍ ଓ ଅଗ୍ନିଶମ ବାହିନୀ ପହଞ୍ଚି ବସ୍ ଝରକାକୁ କଟର୍ ସାହାଯ୍ୟରେ କାଟି ଯାତ୍ରୀମାନଙ୍କୁ ବାହାର କରିଛନ୍ତି । ସମସ୍ତ ଗୁରୁତର ରାଉରକେଲା ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ସେହିପରି ଆଜି ରାୟଗଡା ଜିଲ୍ଲା ଗୁଣପୁର ଥାନା ଅନ୍ତର୍ଗତ ଭାଲେରୀ କୁଡ଼ିଆ ଗ୍ରାମ ମୁଖ୍ୟ ରାସ୍ତାରେ ଭାରସାମ୍ୟ ହରାଇ ଗଛକୁ ପିଟିଲା ଟିପ୍ପର । ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଚାଳକ ଜଣକ ଗୁରୁତର ଭାବେ ଆହତ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *