ଦୁର୍ନୀତି ରୋକିବା ପାଇଁ ଆକ୍ସନ ମୋଡ଼ରେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ରାଜ୍ୟରେ ଦୁର୍ନୀତି ନିବାରଣ ପାଇଁ ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କେବଳ ଦୋଷୀଙ୍କୁ ଦଣ୍ଡ ଦେବା କାର୍ଯ୍ୟାନୁଷ୍ଠାନ ଦ୍ଵାରା ଏହାର ସମାଧାନ ହୋଇପାରିବ ନହିଁ; ବରଂ ଦୁର୍ନୀତିର ମୂଳ କାରଣଗୁଡ଼ିକୁ ପ୍ରଶାସନିକ, ଆଇନଗତ, ସାମାଜିକ, ଆର୍ଥିକ ଓ ଶିକ୍ଷାମୂଳକ ପଦକ୍ଷେପ ମାଧ୍ୟମରେ ବ୍ୟବସ୍ଥାଗତ ପ୍ରଣାଳୀରେ ଦୂର କରିବା ପାଇଁ ସୁଦୃଢ ପଦକ୍ଷେପ ଆବଶ୍ୟକ।

ପ୍ରଶାସନିକ ବ୍ୟବସ୍ଥାର ସୁଦୃଢୀକରଣ ଏବଂ ପ୍ରତିକାରାତ୍ମକ ସତର୍କତା ଅବଲମ୍ବନ ସମ୍ପର୍କରେ ଦୃଢ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ, ରାଜ୍ୟ ଦୁର୍ନୀତି ନିବାରଣ ନିର୍ଦ୍ଦେଶାଳୟର ମହା ନିର୍ଦ୍ଦେଶକ, ସମସ୍ତ ବିଭାଗର କମିଶନର ତଥା ଶାସନ ସଚିବ, ସମସ୍ତ ରାଜସ୍ୱ ଆୟୁକ୍ତ ଏବଂ ଜିଲ୍ଲାପାଳମାନଙ୍କୁ ଉଲ୍ଲେଖିତ ଏକ ପତ୍ରରେ ଜଣାଇଛନ୍ତି। ପତ୍ରରେ ଉଲ୍ଲେଖ ରହିଛି ନିକଟରେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଚିହ୍ନଟ ହୋଇଥିବା ଦୁର୍ନୀତି ମାମଲାଗୁଡ଼ିକ ସୂଚାଉଛି ଯେ, ଏ କ୍ଷେତ୍ରରେ ସକ୍ରିୟ ଓ ନିରନ୍ତର ଧ୍ୟାନ ଦେଇ ପ୍ରତିକାରାତ୍ମକ ପଦକ୍ଷେପ ନେବାର ଆବଶ୍ୟକତା ରହିଛି।

Leave a Reply

Your email address will not be published. Required fields are marked *