ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ରାଜ୍ୟରେ ବର୍ଷା ବଢିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରାଯାଇଛି । ଆସନ୍ତା ୨୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା । ଏଥିପାଇଁ ପ୍ରବଳ ରୁ ଅତିପ୍ରବଳ ବର୍ଷା ହେବା ନେଇ ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଏବଂ ମାଲକାନଗିରିକୁ ଅରେଞ୍ଜ ଆଲର୍ଟ ହୋଇଛି। ସେହିପରି ଆଜି ସାରା ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ ଜାରି କରିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ବିଜୁଳି, ଘଡଘଡି ସହ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ଭୀଷଣ ବର୍ଷା ପାଇଁ ଦୁଇ ଜିଲ୍ଲା ମୟୂରଭଞ୍ଜ ଏବଂ କେନ୍ଦୁଝରକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ୨୮ ତାରିଖ ପରେ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୃଷ୍ଟି ହେବ ଲଘୁଚାପ : ୨୮ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା
