୧୩ ରେ ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ମୌସୁମୀ ଜନିତ ବର୍ଷା । ଆସନ୍ତା ୧୩ ତାରିଖରେ ଓଡ଼ିଶା ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର କିମ୍ବା ଏହାର କିଛି ଦକ୍ଷିଣରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ୨୪ ରୁ ୪୮ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ ।ଫଳରେ ୧୭ ତାରିଖ ଯାଏଁ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହି ସମୟ ମଧ୍ୟରେ ପଶ୍ଚିମ ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାଗୁଡିକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି ।

Leave a Reply

Your email address will not be published. Required fields are marked *