ପୁଣି ସୋସିଆଲ ମିଡିଆରେ ଭାଇରାଲ ହେଲା ଶ୍ରୀମନ୍ଦିର ଭିତର ଫଟୋ, ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ

ପୁରୀ: ପୁଣି ଶ୍ରୀମନ୍ଦିର ଭିତର ଫଟୋ ସୋସିଆଲ ମିଡିଆରେ ଭାଇରାଲ। ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ।ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ଭାଇରାଲ କରିଛନ୍ତି ମୋହିତ ନାମକ ଯୁବକ। ନିଜ ଇନଷ୍ଟାଗ୍ରାମ ଆଇଡିରେ ଅପଲୋଡ଼ କରିଛନ୍ତି ଶ୍ରୀମନ୍ଦିର ଭିତର ଫଟୋ। ଶ୍ରୀମନ୍ଦିର ଆନନ୍ଦ ବଜାରରେ ଫଟୋ ଉଠାଇଥିବା ଦେଖିବାକୁ ମିଳିଛି। ଫଟୋ ଭାଇରାଲ ପରେ ଶ୍ରୀମନ୍ଦିରର ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସେପଟେ ଫଟୋ ଭାଇରାଲ ଘଟଣାକୁ ନେଇ ପୁରୀ ଏସପି ପ୍ରତୀକ ସିଂ କହିଛନ୍ତି ଘଟଣାକୁ ନେଇ ତଦନ୍ତ କରାଯାଉଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Leave a Reply

Your email address will not be published. Required fields are marked *