୯ରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର: ଆସୁଛି ଏକ ଲଘୁଚାପ। ଆସନ୍ତା ୯ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଅଧିକ ଘନୀଭୂତ ହୋଇ ଏହା ଲଘୁଚାରରେ ପରିଣତ ହେବା ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର। ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।ସେପଟେ ଉତ୍ତର ଉପକୂଳ ଓଡ଼ିଶା ଉପରେ ସକ୍ରିୟ ରହିଛି ଟ୍ରପ ଲାଇନ। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡ଼ି ଓ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରିଛି ପାଣିପାଗ ବିଭାଗ। ଆସନ୍ତାକାଲି ପାଇଁ ୨୦ ଜିଲ୍ଲା ଓ ୯ ତାରିଖରେ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ। ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ବିଭାଗ ପକ୍ଷରୁ ଆକଳନ କରାଯାଇଛି। ସେହିପରି ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କିଛି କିଛି ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ବିଜୁଳି ହେବା ନେଇ ପୁର୍ବାନୁମାନ କରାଯାଇଛି।

Leave a Reply

Your email address will not be published. Required fields are marked *