ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତରିତ ହେବ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର : ମୁଖ୍ୟ ପ୍ରଶାସକ

ପୁରୀ: ବୁଧବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରତ୍ନଭଣ୍ଡାର ସବକମିଟି ବୈଠକରେ ଆସନ୍ତା ସେପ୍ଟେମ୍ବର ୨୩ ତାରିଖରେ ଅସ୍ଥାୟୀ ରତ୍ନଭଣ୍ଡାର ଘରୁ ମୂଳ ବା ସ୍ଥାୟୀ ରତ୍ନଭଣ୍ଡାରକୁ ରତ୍ନ ଅଳଙ୍କାର ସ୍ଥାନାନ୍ତରିତ ହେବା ନେଇ ନିଷ୍ପତ୍ତି ନିଆଯାଇଛି।

ରାଜ୍ୟ ସରକାର ଗଠନ କରିଥିବା ଏସଓପି ବା ମାର୍ଗଦର୍ଶିକା ଆଧାରରେ ମହାପ୍ରଭୁଙ୍କର ସମସ୍ତ ରତ୍ନ ଅଳଙ୍କାର ଅସ୍ଥାୟୀ ଖଟ ଶେଯ, ଫୁଲ ଶେଯ ଓ ଚାଙ୍ଗଡ଼ା ଘରୁ ମୂଳ ବା ସ୍ଥାୟୀ ରତ୍ନଭଣ୍ଡାରକୁ ରତ୍ନ ଅଳଙ୍କାର ସ୍ଥାନାନ୍ତରିତ ହେବ । ୨୩ ତାରିଖ ଦିନ ମାହେନ୍ଦ୍ର ବେଳା ସକାଳ ୭ଟା୧୭ ରୁ ୧୧ଟା୧୭ ଭିତରେ ସ୍ଥାନାନ୍ତରଣ କାର୍ଯ୍ୟ ଆରମ୍ଭ ହେବ । ସ୍ଥାନାନ୍ତରଣ ଶେଷ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ଉପରେ କଟକଣା ରହିବ । କୌଣସି ଭକ୍ତଙ୍କୁ ନାଟ ମଣ୍ଡପ କିମ୍ବା ବେହରଣ ଦ୍ଵାର ପର୍ଯ୍ୟନ୍ତ ଛଡାଯିବ ନାହିଁ ।

Leave a Reply

Your email address will not be published. Required fields are marked *