ସର୍ବୋଚ୍ଚ ଯନ୍ତ୍ରୀଙ୍କ ସୂଚନା : କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି

ଭୁବନେଶ୍ୱର: ରାଜ୍ୟରେ ଲଗାତାର ଭାବରେ ମୌସୁମୀ ବର୍ଷା ଲାଗି ରହିଥିବାବେଳେ, ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ଏ ବିଷୟ ଉପରେ ସର୍ବୋଚ୍ଚ ଯନ୍ତ୍ରୀ ରାଜ୍ୟରେ ବନ୍ୟା ପରିସ୍ଥିତିକୁ ନେଇ ବଡ ସୂଚନା ଦେଇଛନ୍ତି ।

ବୁଢ଼ାବଳଙ୍ଗ, ବୈତରଣୀ ସମେତ ପ୍ରମୁଖ ନଦୀ ବିପଦ ସଙ୍କେତ ତଳେ ରହିଛି । କେବଳ ଜଳକା ନଦୀ ବିପଦ ସଙ୍କେତ ଉପରେ ଅଛି, କିନ୍ତୁ କମୁଛି । କୌଣସି ବ୍ଲକରେ ୧୦୦ ମିମି ବର୍ଷା ହୋଇ ନଥିବାରୁ କୌଣସି ନଦୀରେ ବନ୍ୟା ସ୍ଥିତି ନାହିଁ ବୋଲି ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢୀ ସୂଚନା ପ୍ରଦାନ କରିଛନ୍ତି ।

Leave a Reply

Your email address will not be published. Required fields are marked *