ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସିଲା କନିଷ୍ଠ ଶିକ୍ଷକ ସଂଘ

ଭୁବନେଶ୍ବର: ରାଜଧାନୀରେ କନିଷ୍ଠ ଶିକ୍ଷକ ସଂଘର ଗର୍ଜନ। ଆନ୍ଦୋଳନକୁ ଓହ୍ଲାଇଲା ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ। ଭୁବନେଶ୍ବର ଲୋୟର୍ ପିଏମଜିରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ଧାରଣାରେ ବସିଲା ସଂଘ। ନିୟମିତ ପ୍ରତିଶ୍ରୁତି ଦେଇ ପାଳନ କରୁନଥିବା ଅଭିଯୋଗ। ଏହି ଅଭିଯୋଗ ଆଧାରରେ ଆନ୍ଦୋଳନକୁ ଓହ୍ଲାଇଲା ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ। ଭୁବନେଶ୍ବର ଲୋୟର୍ ପିଏମଜିରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସିଲା ସଂଘ। ସାରା ରାଜ୍ୟରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରେ ଶିଶୁ ବଟିକାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ କନିଷ୍ଠ ଶିକ୍ଷକମାନେ ସମସ୍ତ ବିଷୟ ପଢ଼ାଉଛନ୍ତି । ଠିକା କର୍ମଚାରୀ ଭାବେ ସାରା ରାଜ୍ୟରେ ୧୩ ହଜାରରୁ ଅଧିକ କନିଷ୍ଠ ଶିକ୍ଷକ ସଂଘ କାର୍ଯ୍ୟରତ। ଅଗଷ୍ଟ ୨୨ ତାରିଖରେ ରାଜ୍ୟ ସରକାର କନିଷ୍ଠ ଶିକ୍ଷକଙ୍କୁ ନିୟମିତ କରିବା ପାଇଁ ଘୋଷଣା କରିଥିଲେ ମଧ୍ୟ ଏଯାଏ ତାହା କାର୍ଯ୍ୟକାରୀ ହୋଇନାହିଁ ।୪ ମାସ ବିତିଯାଇଥିଲେ ମଧ୍ୟ କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ବାହାରୁନାହିଁ ସରକାରୀ ନିର୍ଦ୍ଦେଶନାମା । ଯାହାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛି ସଂଘ । ସେଥିପାଇଁ ଆଜି ଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଲୋୟର୍ ପିଏମଜିରେ ଧାରଣା ଜାରି ରହିବ ବୋଲି ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ ଚେତାବନୀ ଦେଇଛି ।

Leave a Reply

Your email address will not be published. Required fields are marked *