ଭିତରକନିକା :ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । କୁମ୍ଭୀର ପ୍ରଜନନ ପାଇଁ ଦୀର୍ଘ ୩ ମାସ ଧରି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଆଜିଠୁ ପୁଣି ଖୋଲିଛି । ଯାହାକୁ ନେଇ ପର୍ଯ୍ୟଟକଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି । ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ୩ ମାସ ଧରି ବନ୍ଦ ରହିଥିଲା ଉଦ୍ୟାନ । ଆଜିଠୁ ପର୍ଯ୍ୟଟକ ମାନେ ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟର ଉପଭୋଗ କରିପାରିବେ। ପର୍ଯ୍ୟଟକମାନେ ଭିତରକନିକାରେ ଲୁଣା ଜାତୀୟ ଗଛଗୁଡ଼ିକର ଚାରାକୁ ମ୍ୟାନ୍ଗ୍ରୁଭ୍ ନର୍ସରୀରେ ଦେଖିବାର ସୁଯୋଗ ପାଇବେ। ଏନେଇ ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି । ଭିତର କନିକାରେ ପ୍ରଥମ ଥର ୪ଟି ବ୍ୟାଟେରି ଚାଳିତ ଗାଡି ପର୍ଯ୍ୟଟକଙ୍କ ମାନଙ୍କ ପାଇଁ ଚାଲିବ । ଯାହାଦ୍ବାରା ପର୍ଯ୍ୟଟକ ମାନେ ବୁଲିବାରେ ସୁବିଧା ହେବ ।ଜଙ୍ଗଲ ଭିତରେ ଦୁଇପଟରେ ଗଛ ଥିବା ବେଳେ ନିର୍ମାଣ ହୋଇଛି ଏହି ସ୍କାଏ ୱାକ। ୬୦୦ ମିଟର ଲମ୍ବ ଯାଏ ଏହି ସ୍କାଏ ୱାକ ନିର୍ମାଣ ହୋଇଛି। ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରତିଥରରେ ୨୦ଜଣ ଲେଖାଏଁ ପର୍ଯ୍ୟଟକଙ୍କୁ ସ୍କାଏ ୱାକରେ ଛଡ଼ାଯିବ ବୋଲି ରାଜନଗର ବନବିଭାଗ ପକ୍ଷରୁ ଜଣାପଡ଼ିଛି।ପର୍ଯ୍ୟଟକମାନେ ଭିତରକନିକା ମଧ୍ୟକୁ ପ୍ରବେଶ କରିବାକୁ ହେଲେ ପରିଚୟପତ୍ରକୁ ବାଧ୍ୟତାମୂଳକ କରାଯାଇଛି । ପର୍ଯ୍ୟଟକମାନେ ଗୁପ୍ତି, ଚାନ୍ଦବାଲି, ଖୋଳା ଓ ଡାଙ୍ଗମାଳ ପ୍ରଭୃତି ୪ଟି ପ୍ରବେଶ ପଥ ଦେଇ ଭିତରକନିକା ମଧ୍ୟକୁ ପ୍ରବେଶ କରିପାରିବେ ।
ଦୀର୍ଘ ୩ ମାସ ପରେ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

Oplus_16908288