ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣା, ୨୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ରାଧାବଲ୍ଲଭପୁର ଛକ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ବସ୍ ଓଲଟି ପଡ଼ିଛି। ପଶ୍ଚିମବଙ୍ଗରୁ ପ୍ରାୟ ୬୫ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍ ଓଲଟି ପଡ଼ିବାରୁ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।
ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ଦର୍ଶନ କରି ମେଦିନୀପୁର ଫେରୁଥିବା ସମୟରେ ରାତି ପ୍ରାୟ ୨ଟା ସମୟରେ ଏହି ଘଟଣା ଘଟିଥିଲା। ଡ୍ରାଇଭର ଜଣକ ଗାଡି ଉପରୁ ଭାରସାମ୍ୟ ହରାଇବାରୁ ଜାତୀୟ ରାଜପଥ-୧୬ରେ ଡିଭାଇଡର୍‌ରେ ଧକ୍କା ହୋଇ ବସଟି ଓଲଟି ପଡ଼ିଥିଲା। ସିମୁଳିଆ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ଚିକିତ୍ସା ପାଇଁ ସିମୁଳିଆ ଏବଂ ସୋରୋରେ ଥିବା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲା। ସେମାନଙ୍କ ମଧ୍ୟରୁ ତିନି ଜଣ ଗୁରୁତର ଆହତଙ୍କୁ ପରେ ବାଲେଶ୍ବର ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।
ସେହିପରି ଅନ୍ୟମାନଙ୍କୁ ଅନ୍ୟ ଏକ ଗାଡ଼ିରେ ସେମାନଙ୍କ ଗନ୍ତବ୍ୟସ୍ଥଳକୁ ପଠାଇବା ପାଇଁ ବିକଳ୍ପ ବ୍ୟବସ୍ଥା କରାଯାଇଥିଲା।

Leave a Reply

Your email address will not be published. Required fields are marked *