ପୁରୀ: ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି। ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ। ମାର୍ଗଶୀର କୃଷ୍ଣ ନବମୀ ତିଥିରେ ଗୁରୁବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥା’ନ୍ତି।
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
Oplus_131072
