ଏସ୍‌ଆଇ କେଳେଙ୍କାରୀ: ଅଭିଯୁକ୍ତ କୁ ବିହାରରୁ ଉଠେଇଲା ସିବିଆଇ

ଭୁବନେଶ୍ୱର: ପୁଲିସ ଏସ୍‌ଆଇ ନିଯୁକ୍ତି କେଳେଙ୍କାରୀ ମାମଲାରେ ସିବିଆଇ ଟିମ ବିହାରର ନୀତୀଶ କୁମାର କୁ ଉଠାଇ ଆଣି ଭୁବନେଶ୍ବରରେ ଜେରା କରୁଛି। ସେ ପ୍ରାୟ ୬୦୦ ପରୀକ୍ଷାର୍ଥୀଙ୍କୁ ଟ୍ରେନିଂ ଦେଇଥିଲା ବୋଲି ଜଣାଯିବା ପରେ ସିବିଆଇ ନୀତୀଶ କୁମାରକୁ ଧରିଥିଲା । ନୀତୀଶ ଘଟଣାର ମାଷ୍ଟର ମାଇଣ୍ଡ ବିରଞ୍ଚି ନାୟକର ଅନ୍ୟତମ ସହଯୋଗୀ ।ଇତିମଧ୍ୟରେ ସିବିଆଇ ଅଧିକାରୀମାନେ ୪ ଜଣ ଆଶାୟୀ ପରୀକ୍ଷାର୍ଥୀଙ୍କୁ ମାରାଥନ୍‌ ଜେରା କରିଛନ୍ତି । ସିବିଆଇ ଅନେକ ଗୁରୁତ୍ବପୂର୍ଣ୍ଣ ତଥ୍ୟ ହାତେଇଛି ।
ସୂଚନାଅନୁଯାୟୀ , ପୁଲିସ ଏସ୍‌ଆଇ ପରୀକ୍ଷା ପରିଚାଳନା ଲାଗି କୋଲକାତାର ଆଇଟିଆଇ ସଂସ୍ଥାକୁ ଟେଣ୍ଡର ମିଳିଥିଲା । ପରେ ଏହି ସଂସ୍ଥା ହାଇଦ୍ରାବାଦର ସିଲିକନ୍‌ ଟେକ୍‌ଲାବ୍ ପ୍ରାଇଭେଟ୍ ଲିମିଟେଡ୍‌ ସଂସ୍ଥାକୁ ଦାୟିତ୍ବ ନ୍ୟସ୍ତ କରିଥିଲା । ସିଲିକନ୍‌ ଏହାକୁ ସବ୍‌ଲେଟ୍‌ରେ ବ୍ରହ୍ମପୁରର ପଞ୍ଚସଫ୍ଟକୁ ଦେଇଥିଲା। ସେଣ୍ଟର ତଦାରଖଠାରୁ ଆରମ୍ଭ କରି ପରୀକ୍ଷା ପରିଚାଳନା ପର୍ଯ୍ୟନ୍ତ ସମସ୍ତ ଦାୟିତ୍ବ ପଞ୍ଚସଫ୍ଟକୁ ମିଳିଥିଲା ।

Leave a Reply

Your email address will not be published. Required fields are marked *