ଭୁବନେଶ୍ୱର : ବର୍ତ୍ତମାନ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଯାହାର ପ୍ରଭାବରେ ଆସନ୍ତା ୨ ଦିନ ଅଧା ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ ଓ ସମ୍ବଲପୁରକୁ ଆଦି ୧୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ବେଗରେ ପବନ ବହିବ।
ଉପକୂଳ ଓ ଏହାର ଆଖପାଖ ଅଞ୍ଚଳ, ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରଭିତରକୁ ଯିବାକୁ ବାରଣ କରାଯାଇଛି। ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିବ ଓ ୩୧ରୁ ବର୍ଷା କମିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।