ଅଣଛାତ୍ର ମୁକ୍ତ ହେବ ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍

ଭୁବନେଶ୍ୱର: ଅଣଛାତ୍ର ମୁକ୍ତ ହେବ ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍ । ଉତ୍କଳ ବିଶ୍ଵବିଦ୍ୟାଳୟ ଛାତ୍ରାବାସ ଗୁଡ଼ିକ ଉପରେ ରେଡ୍‌ କରିଛି କମିସନରେଟ୍ ପୁଲିସ୍ । ସୋମବାର ସକାଳ ୧୦.୩୦ମିନିଟ୍ ପରଠୁ ବିଭିନ୍ନ ହଷ୍ଟେଲରେ ଯାଞ୍ଚ ଆରମ୍ଭ କରାଯାଇଛି। ବାଣୀବିହାରରୁ ଅଣଛାତ୍ରଙ୍କୁ ବାହାର କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଉତ୍କଳ ବିଶ୍ବବିଦ୍ୟାଳୟର ୧,୨,୩ ଓ ୫ ନମ୍ବର ହଷ୍ଟେଲରେ ବ୍ୟାପକ ଯାଞ୍ଚ ଆରମ୍ଭ ହୋଇଛି। ବନ୍ଦ ରହିଥିବା ହଷ୍ଟେଲ ରୁମ୍ ତାଲା ଭାଙ୍ଗି ଯାଞ୍ଚ କରୁଛନ୍ତି କର୍ତ୍ତୃପକ୍ଷ। ପୁଲିସ୍ ଉପସ୍ଥିତିରେ ତାଲା ଭଙ୍ଗା ଚାଲିଛି। ତାଲା ଭାଙ୍ଗି ବାହାରକୁ ଆସବାବପତ୍ର ନେଲେ କର୍ତ୍ତୃପକ୍ଷ। କ୍ୟାମ୍ପସରେ ବ୍ୟାପକ ପୁଲିସ୍ ଫୋର୍ସ ମୁତୟନ କରାଯାଇଛି। ଏହି ଅଭିଯାନରେ ଭିସି, ଅଧ୍ୟାପକ, ଅଧ୍ୟାପିକା ମଧ୍ୟ ସାମିଲ୍ ଅଛନ୍ତି। ଅନ୍ୟପଟେ ବାଣୀବିହାରରୁ ଅଣଛାତ୍ରଙ୍କୁ ତଡ଼ିବା ପ୍ରକ୍ରିୟାକୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ପ୍ରତିକ୍ରିୟା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ‘ଶୈକ୍ଷିକ ବାତାବରଣ ସୃଷ୍ଟି ପାଇଁ ଯାହା ପଦକ୍ଷେପ ନେବା କଥା କରାଯାଉଛି। ବହୁପୂର୍ବରୁ ଏହା ଚାଲିଆସିଛି, ଆମେ ସୁଧାର ପାଇଁ ଉଦ୍ୟମ କରୁଛୁ। ଏଥିପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକ, ତେଣୁ ଏହି କାମ ନାଲି ଆଖି ଦେଖାଇ କରିହେବନି।’ କ୍ୟାମ୍ପସରେ ୮ ପ୍ଲାଟୁନ୍ ପୁଲିସ୍ ଫୋର୍ସ ମୁତୟନ କରାଯାଇଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *